ଆନ୍ଧ୍ର ରାଜ୍ୟପାଳଙ୍କ ସୁସ୍ଥତା କାମନା କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
![](https://www.nandighoshatv.com/wp-content/uploads/2021/11/ଅସୁସ୍ଥ-ବିଶ୍ୱଭୂଷଣ-ଆରଗ୍ୟ-କାମନା-କଲେ-ନବୀନ-1024x576.jpg)
ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ରାଜ୍ୟପାଳଙ୍କ ଆଶୁ ଆଜରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ । ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି । କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଏନେଇ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥି ସହିତ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ନବୀନ ପଟ୍ଟନାୟକ ।