ଆଜି ଦାୟିତ୍ବ ନେବେ ନୂଆ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ଆଜି ଦାୟିତ୍ବ ନେବେ ନୂଆ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ । ଦେଶର ୫୦ତମ ସିଜେଆଇ ଭାବେ ଦାୟିତ୍ବ ନେବେ ଜଷ୍ଟିସ ଚନ୍ଦ୍ରଚୂଡ଼ । ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଓ୍ବାଇ ବି ଚନ୍ଦ୍ରଚୂଡ଼ଙ୍କ ପୁଅ ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ । ପରବର୍ତ୍ତୀ ପ୍ରଧାନ ବିଚାରପତି ଚୟନ ପାଇଁ ଆଇନ ମନ୍ତ୍ରଣାଳୟକୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଧନଞ୍ଜୟ ୟଶୋବନ୍ତ ଚନ୍ଦ୍ରଚୂଡ଼ଙ୍କ ନାଁ ସୁପାରିସ କରିଥିଲେ ମୁଖ୍ୟ ବିଚାରପତି ଜଷ୍ଟିସ ୟୁ ୟୁ ଲଳିତ ।

୨୦୨୪ ନଭେମ୍ବର ୧୦ ଯାଏଁ ପ୍ରଧାନ ବିଚାରପତି ରହିବେ ଜଷ୍ଟିସ ଚନ୍ଦ୍ରଚୂଡ଼ । ସେ ହେଉଛନ୍ତି ସୁପ୍ରିମକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ୨ ବର୍ଷରୁ ଅଧିକ ସମୟ ଏହି ପଦବୀରେ ରହିବେ ଚନ୍ଦ୍ରଚୂଡ଼ । ଏହି ସମୟ ମଧ୍ୟରେ ସେ ଅନେକ ଗୁରୁତ୍ବପୂର୍ଣ୍ଣ ମାମଲାର ବିଚାର କରିବେ । ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ଆଗରେ ରହିଛି ଅନେକ ଆହ୍ବାନ । ୩୭୦ ଧାରା ଉଚ୍ଛେଦ, ନାଗରିକତା ସଂଶୋଧନ ଆଇନର ବୈଧତା, ଇଲେକ୍ଟ୍ରୋଲ ବଣ୍ଡ୍‌ ଯୋଜନା ଆଦି ମାମଲା ଉପରେ ରାୟ ଦେବେ ।