ଓଡ଼ିଶାକୁ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ପ୍ରଶଂସା

1 min read

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିବା ପରେ ଓଡ଼ିଶାକୁ ପ୍ରଶଂସା କଲେ ନୀତି ଆୟୋଗ ଉପାଧ୍ୟକ୍ଷ jାଜୀବ କୁମାର । ଜାତୀୟ ହାର ତୁଳନାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଥିବାରୁ ଖୁସି ବ୍ୟକ୍ତ କଲେ । କହିଲେ ୨୦୧୧ରୁ ୨୦୨୦ ପର୍ଯ୍ୟନ୍ତ ଓଡିଶାର ମୁଣ୍ଡ ପିଛା ଆୟ ଦେଶର ଆୟ ତୁଳନାରେ ବଢିଥିବାରୁ ଖୁସି ଲାଗୁଛି ।  ଏହାସହ ରାଜ୍ୟରେ ଥିବା ଭରପୁର ଖଣିଜ ପଦାର୍ଥ କିପରି ଅଧିକ ବଢିପାରିବ ଓ ଅଧିକ ସଦୁପୋଯୋଗ ହୋଇପାରିବ ସେନେଇ ମଧ୍ୟ  ଆଲୋଚନା କରିବେ । ଓଡିଶାର ପର୍ଯ୍ୟଟନ ଓ କୃଷିର ଅଗ୍ରଗତି କିପରି ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରାଯିବ ବୋଲି ସେ କହିଛନ୍ତି ।

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜୀବ କୁମାର ରାଜ୍ୟର ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ରାଜୀବ । ଏହି ସମୟରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି ରଖିବେ ରାଜ୍ୟ ସରକାର । ବିଶେଷକରି ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦେବା ପାଇଁ ଜୋରଦାର ଦାବି କରାଯିବ ।

ଗତ ୧୧ ବର୍ଷରେ ରାଜ୍ୟ ଦେଖିଛି ୧୦ଟି ବାତ୍ୟା, ୩ଟି ମରୁଡ଼ି, ଗୋଟିଏ ଅଦିନିଆ ବାତ୍ୟା ଜନିତ ବୃଷ୍ଟିପାତ, ୨ଟି ପ୍ରଳୟଙ୍କରୀ ବନ୍ୟା । ସବୁ ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ନିଜ ଦମରେ ମୁକାବିଲା କରିଛି ରାଜ୍ୟ । ରାଜ୍ୟର ମୁକାବିଲା ପ୍ଲାନକୁ ସାରା ବିଶ୍ବ ମଧ୍ୟ ପ୍ରଶଂସା କରିଛି । ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟ ମାଡରେ ରାଜ୍ୟ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଉଛି । ତେଣୁ ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପାଖରେ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି । ସଂସଦର ଉଭୟ ଗୃହରେ ବିଜେଡି ସାଂସଦ ମାନେ ମଧ୍ୟ ଦାବି କରିଛନ୍ତି । ତଥାପି ରାଜ୍ୟ ପ୍ରତି ଅବହେଲା ଜାରି ରଖିଛନ୍ତି କେନ୍ଦ୍ର ସରକାର ।

Leave a Reply