ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ।

ଏହାସହ ଏହି ଲୋକସଭା କ୍ଷେତ୍ର ଅଧିନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ । ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ କରିହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।