ପରଲୋକରେ ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆ

ଆସିଛି ଏକ ବଡ଼ ଦୁଃଖ ଖବର । ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ  । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ । ୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ । ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି । ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତି ହୋଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନବୀନ ସରକାରରେ ସେ ମନ୍ତ୍ରୀ ଥିଲେ । ୨୦୦୪, ୨୦୦୯, ୨୦୧୯, ୨୦୨୪ରେ ସେ ବିଜୟୀ ହୋଇ ବିଧାୟକ ହୋଇଥିଲେ । ରାଜେନ୍ଦ୍ରଙ୍କ ବିୟୋଗରେ ବିଜେଡି ପକ୍ଷରୁ ଶଙ୍ଖ ଭବନରେ ନିରବ ପ୍ରାର୍ଥନା କରାଯାଇଥିଲା ।