ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ । ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ । ବିଧାନସଭା ଅଧିବେଶନ ପୂର୍ବରୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇସାରିଛି । ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁସାରେ ଗୃହକାର୍ଯ୍ୟ ଚାଲିବ ।