ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ । ତେବେ ବିଧାନସଭା ଆରମ୍ଭରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ପାଇଁ ଶୋକପ୍ରକାଶ ଆଗତ କଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ ବି.ଏସ.ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ । ଗୃହରେ ଆସିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ।