ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ଜୀବନର ସଂଘର୍ଷ ଲେଖିଲେ ଜିଲ୍ଲାପାଳ

ଭୁବନେଶ୍ୱର: ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ‘ ଆଜିର ଦିନଟି ମୋର’ଓ ରବିପ୍ରିୟ ଦାଶଙ୍କ ‘ ଉର୍ବଶୀର ଗାଁ’କୁ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଦିନଟି ମୋର’ ପୁସ୍ତକରେ ବିଜୟ ଅମୃତା କୁଲାଙ୍ଗେ ନିଜ ଜୀବନର ସଂଘର୍ଷ ଓ ସଫଳତାକୁ ଅତି ଜୀବନ୍ତ ଭାବରେ ଉପସ୍ଥାପନ କରିଛନ୍ତି । ସଫଳତା ଉପରେ ସମସ୍ତଙ୍କର ଅଧିକାର ଅଛି । କିନ୍ତୁ ତାକୁ ଛୁଇଁବା ପାଇଁ ଦରକାର ଉଦ୍ୟମଶୀଳତା, ସାଧନା ଓ ପ୍ରତିବଦ୍ଧତା ।

ପୁସ୍ତକଟି ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହେବା ସହିତ ପାଠକୀୟ ଆଦର ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସେହିଭଳି ରବିପ୍ରିୟ ଦାଶଙ୍କ କବିତା ସଙ୍କଳନ ‘ଉର୍ବଶୀର ଗାଁ’ ପୁସ୍ତକକୁ ବି ଉନ୍ମୋଚନ କରିଛନ୍ତି ନବୀନ । ପ୍ରକୃତିର ମହନୀୟତା ସହିତ ତାଙ୍କ ଜୀବନ ଯାତ୍ରାର ଅନୁଭବର ସାବଲୀଳ ଉପସ୍ଥାପନା କବିତା ଗୁଡିକୁ ଅଧିକ ଆକର୍ଷଣୀୟ କରିପାରିଛି । ପୁସ୍ତକଟିର ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply