ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଐତିହ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଐତିହ୍ୟ କ୍ୟାବିନେଟ । ଏଥିରେ ରାଜ୍ୟର ଐତିହ୍ୟ କ୍ଷେତ୍ର, ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର କାର୍ଯ୍ୟକ୍ରମ ରହିଛି । ଗତ ୨୦୧୭ ଡିସେମ୍ବର ୨୬ ତାରିଖରେ ରାଜ୍ୟ ସରକାର ଐତିହ୍ୟ କ୍ୟାବିନେଟ ଗଠନ ପାଇଁ ନିଷ୍ପତ୍ତି ନେଇଥିଲେ । ପୁରୀରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା । ତଦନୁଯାୟୀ ୨୦୧୮ ଜୁଲାଇ ମାସରେ ଐତିହ୍ୟ କ୍ୟାବିନେଟ ଗଠନ ହୋଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଐତିହ୍ୟ କ୍ୟାବିନେଟରେ ଅର୍ଥମନ୍ତ୍ରୀ, ଓଡିଆ ଭାଷା ସାହିତ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ, ବୟନ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ, ଅନୁସୂଚିତ ଜାତି ଜନଜାତି ବିକାଶ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଏବଂ ଇଲୋକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ସଦସ୍ୟ ଅଛନ୍ତି । ଏହାପୂର୍ବରୁ ୨୦୨୦ ସେପ୍ଟେମ୍ବର ୩ ତାରିଖରେ ବସିଥିଲା ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ । ଏଥିରେ ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ସମେତ ଅନ୍ୟ କିଛି ଦାବି ପୂରଣ ନେଇ କେନ୍ଦ୍ରକୁ ଦାବି କରିବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା ।