ହକି ବିଶ୍ୱକପ୍ ପାଇଁ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଅଗରତାଲା: ହକି ବିଶ୍ବକପ ପାଇଁ ସାରା ଭାରତକୁ ନିମନ୍ତ୍ରଣ କରୁଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ଓଡ଼ିଶାର ମନ୍ତ୍ରୀମାନେ । ଏହି କ୍ରମରେ ଆଜି ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହାଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଅଗରତାଲା ଯାଇ ମୁଖ୍ୟମନ୍ତ୍ରୀ ମାଣିକ ଶାହାଙ୍କୁ ଭେଟି ହକି ବିଶ୍ୱକପ୍ ପାଇଁ ନିମନ୍ତ୍ରଣ କରିଛନ୍ତି ।

ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ହକି ବିଶ୍ବକପ ପାଇଁ ନିମନ୍ତ୍ରଣ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାଣିକ ଶାହା । ଜାନୁଆରୀ ୧୩ରୁ ୨୯ଯାଏ ଓଡ଼ିଶାରେ ହେବ ପୁରୁଷ ହକି ବିଶ୍ୱକପ । ଏଥିରେ ସାମିଲ ହେବାକୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛି ଓଡିଶା ।