ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

1 min read

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଗୋଟିଏ ଦିନରେ କଳା, ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ ପ୍ରକାଶ ପାଇବ। ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ଅପରାହ୍ନରେ ପ୍ରକାଶ ପାଇବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ ।

ଚଳିତବର୍ଷ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ବିଜ୍ଞାନରେ ୧ଲକ୍ଷ ୧୬ ହଜାର ୪୪୭ , କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକ ରେ ୫,୭୬୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସାରା ରାଜ୍ୟରେ ୧୧୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଥିଲା ।