ଏପ୍ରିଲରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ, ୫୮୮ ପଜିଟିଭ୍ ଚିହ୍ନଟ

Odisha Reports 588 New Covid Positive Cases In Last 24 Hours

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଏପ୍ରିଲ୍ ମାସର ପ୍ରତିଦିନ କରୋନା କରୁଛି ନୂଆ ନୂଆ ରେକର୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୬ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ବଲାଙ୍ଗିରରୁ ୧୧ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଲି କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୨୯ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮୪ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬କୁ ବୃଦ୍ଧି ପାଇଛି । ୩ ଲକ୍ଷ ୩୮ ହଜାର ୧୫୦ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୧୯୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ କରୋନାର ୩୭୩୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Leave a Reply