ରାଜ୍ୟରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ, ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶ ଓ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବୃଦ୍ଧି କରାଯାଇଛି । ଅଧିକ ଟେଷ୍ଟିଂ ହେଉଥିବାରୁ ଆଗକୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି, ଆସନ୍ତା ୧୦ ଓ ୧୧ତାରିଖ ଦୁଇଦିନ ମକ ଡ୍ରିଲ୍ ହେବ । ଯେଉଁମାନଙ୍କ ପାଖରେ କରୋନା ଲକ୍ଷଣ ଅଛି, ସେମାନେ କରୋନା ଟେଷ୍ଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି । ପୂର୍ବ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେଣୁ ଭୟଭୀତ ନହୋଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି ।