ଆଜିଠୁ ରାଜ୍ୟରେ ବଦଳିବ ପାଗ: କମିବ ତାତି, ବଢିବ ଥଣ୍ଡା

1 min read

ଭୁବନେଶ୍ଟର : ଆଜିଠୁ ରାଜ୍ୟରେ ବଦଳିବ ପାଗ । କମିବ ତାତି, ବଢିବ ଥଣ୍ଡା । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ପାରଦ । ଫଳରେ ସାରା ରାଜ୍ୟରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସାରା ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ଓ ଓଡ଼ିଶାକୁ ପ୍ରବେଶ କରୁଥିବା ପୂର୍ବ ତରଙ୍ଗାୟିତ ଗରମ ଶୁଷ୍କ ବାୟୁ ପ୍ରବାହ କମିବ । ଏହାସହ ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସ୍ରକିୟ ହେବାକୁ ଯାଉଛି । ଯାହାର ପ୍ରଭାବରେ ରାଜ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରବାହ ବଢିବ । ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ମଧ୍ୟରେ ସାରା ରାଜ୍ୟରେ ରାତ୍ରୀର ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ।

ବିଶେଷ କରି ପାହାଡିଆ ଅଞ୍ଚଳ କନ୍ଧମାଳ, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଆଦି ଜିଲ୍ଲାରେ ଶୀତ ବଢିବ । ସେପଟେ ପଶ୍ଚିମା ଝଡ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ ସହ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।