ରାଉରକେଲାରୁ ଆଉ ଜଣେ ପଜିଟିଭ୍, ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

1 min read

ଭୁବନେଶ୍ୱର: ରାଉରକେଲାରୁ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ସୁନ୍ଦରଗଡ଼ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୁନ୍ଦରଗଡ଼ର ନୂଆ ମାମଲାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି । ଆକ୍ରାନ୍ତ ଜଣଙ୍କ ୪୯ ବର୍ଷୀୟ ପୁରୁଷ । କୋଲକାତାରୁ ଫେରିବା ପରେ ସେ କ୍ୱାରେଣ୍ଟାଇନରେ ଥିଲେ । ସେ କାହା ସମ୍ପର୍କରେ ଆସିଛନ୍ତି ତାର ଅନୁଧ୍ୟାନ କରାଯାଉଛି ।

ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଏବେ ୬ ଜଣ ଚିକିତ୍ସାଧୀନ ଅଛନ୍ତି । ରାଜ୍ୟରେ ୧୭୪ ସଂକ୍ରମିତ ମଧ୍ୟରୁ ୬୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୧୧୩ ଜଣଙ୍କ ଚିକିତ୍ସା ବିଭିନ୍ନ କୋଭିଡ୍ ହସ୍ପିଟାଲରେ କରାଯାଉଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି ।

Leave a Reply