ଭାରସାମ୍ୟ ହରାଇ ଓଲଟିଲା ପର୍ଯ୍ୟଟକ ବସ, ଏକାଧିକ ଆହାତ

1 min read

ଗଞ୍ଜାମ : ଗଞ୍ଜାମ-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଲିଆ ଛକ ନିକଟରେ ପର୍ଯ୍ୟଟକ ବସ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ବସ । ଦୁର୍ଘଟଣାରେ ଅନେକ ଯାତ୍ରୀ ଆହାତ ହୋଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ତାରାତାରିଣୀ ପୀଠରୁ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ବସରେ ଥିବା ଯାତ୍ରୀମାନେ ଭଦ୍ରକ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ସୁଚନା ଅନୁସାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ନିକଟସ୍ଥ ବାଲିଆ ଛକରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

ଏକାଧିକ ଯାତ୍ରୀଙ୍କୁ ନେଇ ଏକ ଟୁରିଷ୍ଟ ବସ୍‌ ଭଦ୍ରକରୁ ତାରାତାରିଣୀ ଆସିଥିଲେ । ରବିବାର ସେଠାରୁ ଫେରିବା ବେଳେ ବସ୍‌ଟି ପୁରୁଷୋତ୍ତମପୁର ନିକଟ ବାଲିଆ ଛକରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡିଥିଲା ।  ସେପଟେ ଦୁର୍ଘଟଣା ସଂପର୍କରେ ସୂଚନା ପାଇ ସ୍ଥାନୀୟ ଲୋକେ, ପୋଲିସ, ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲେ । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।