spot_img

Latest Posts

ମୁଖ୍ଯମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ । ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଯୋଗୁ ଜଣାଇଲେ ଧନ୍ୟବାଦ । ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି । ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହ ତାଙ୍କ ସ୍ମୃତିରେ ମ୍ଯୁଜିୟମ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ନିଷ୍ପତ୍ତି ନେଇଛନ୍ତି। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି । ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି । ପରିଷଦ ପକ୍ଷରୁ ଆଜି ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ ଓ ସମିତିର ଅନ୍ୟ ସଦସ୍ୟ ମାନେ ନବୀନ ନିବାସ ଠାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଜଣାଇ ଛନ୍ତି । ଏହି ଅବସରରେ 5T ଅଧ୍ୟକ୍ଷ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ର ମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି । ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି । ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ । ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି କହିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

Latest Posts

Don't Miss