ମାସକ ଯାଏଁ ଯଶୋଦାଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ, ବାପଘର ଯାଇଛନ୍ତି ମହାଲକ୍ଷ୍ମୀ

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି | ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ |

ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ଵିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି | ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା , ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ବିଭିନ୍ନ ପ୍ରକାର ବ୍ୟଞ୍ଜନ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି |

ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନିତୀ ବଢିବା ପରେ ପହିଲି ଭୋଗ ଲାଗି କରାଯାଏ |