ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ସ୍ବର୍ଗତ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ଵାଦଶାହରେ ଯୋଗଦେଲେ 5T ଅଧ୍ଯକ୍ଷ

1 min read

ନନ୍ଦିଘୋଷ ବ୍ୟୁରୋ: ମଙ୍ଗଳବାର ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ସ୍ବର୍ଗତ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ଵାଦଶାହ ।  5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ଖଲ୍ଲିକୋଟ ଯାଇ ଦ୍ବାଦଶାହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୋ ଡାକ ଟିକଟ ଉନ୍ମୋଚନ କରିଥିବାବେଳେ ବିଜେଡିର ସାଂଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗଞ୍ଜାମର ବହୁ ବରିଷ୍ଠ ନେତା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ଶତାଧିକ ଲୋକ ଦ୍ବାଦଶାହ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଗତ ୧୦ ତାରିଖରେ ୮୬ ବର୍ଷ ବୟସରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ୧୦ ଥରର ବିଧାୟିକା ଥିବା ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ । ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ।  ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ । ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ।