spot_img

Latest Posts

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା, ଆଡମିଶନ ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆରମ୍ଭ ହେବ ଆବେଦନ। ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ସାମ୍ସ ପୋର୍ଟାଲରେ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ କରିବେ। ରାଜ୍ୟରେ ଯୁକ୍ତ ଦୁଇ ପାଇଁ ନାମ ଲେଖାଇବାକୁ ଥିବା ୨ ହଜାର ୨୨୧ଟି କଲେଜରେ ଇ-ଆଡମିଶନ୍ କରାଯିବ।

ଯୁକ୍ତ ଦୁଇ କଲେଜରେ ବର୍ତ୍ତମାନ ସୁଦ୍ଧା କଳାରେ ୨ ଲକ୍ଷ ୯୪ ହଜାର ୮୪୦ ସିଟ ରହିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯ଟି ସିଟ ରହିଛି। ସେହିପରି ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ। ନାମଲେଖା ସମ୍ପର୍କରେ ଅଧିକ ସୂଚନା ପାଇଁ ଛାତ୍ରଛାତ୍ରୀମାନଙ୍କ ପାଇଁ ହେଲପଲାଇନ ନମ୍ବର ଜାରି କରାଯାଇଛି । ଜୁଲାଇ ୬ ତାରିଖ ହେଉଛି ଆବେଦନର ଶେଷ ତାରିଖ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି।

ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ୯୬.୦୭ % ଛାତ୍ରଛାତ୍ରୀ ମାଟ୍ରିକ ପାସ କରିଛନ୍ତି । ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳଏ ୫ ଲକ୍ଷ ୩୦ ହଜାର ୧୫୩ ଜଣ ପାସ କରିଛନ୍ତି।

Latest Posts

Don't Miss