ଜୟନ୍ତୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ପୁରୀ: ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ଗତକାଲି ରାତି ୮ଟାରେ ଜୟନ୍ତୀଙ୍କ ଦେହାନ୍ତ ହୋଇଛି । ଆଜି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ସାହିତ୍ୟ ଜଗତ ସହ ନାରୀ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜମାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତୀ ପଟ୍ଟନାୟକ । ୯୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ୧୯୩୨ ମସିହା ଏପ୍ରିଲ ୭ରେ ଗଞ୍ଜାମ ଜିଲ୍ଲାର ଆସ୍କାରେ ଜନ୍ମଗ୍ରହଣ କରିଥିଲେ । ୧୯୫୩ ମସିହାରେ ସେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ପୌରୁଷ ପତ୍ରିକାର ସମ୍ପାଦନା କରୁଥିଲେ ଜୟନ୍ତୀ । ୧୯୭୧ରେ ପ୍ରଥମ କରି କଟକ ଲୋକସଭାରୁ ନିର୍ବାଚିତ ହୋଇଥିଲେ । ମୋଟ ୪ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ଜୟନ୍ତୀ । ୧୯୮୭ ପ୍ରଥମ ଓଡ଼ିଆ ମହିଳା ଭାବେ ଅଖିଳ ଭାରତ ମହିଳା କଂଗ୍ରେସ ସଭାପତି ହୋଇଥିଲେ । ୧୯୯୨ରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ହୋଇଥିଲେ ଜୟନ୍ତୀ ପଟ୍ଟନାୟକ । ୧୯୯୬ରେ ମହିଳା ଗୌରବ ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ।