ନନ୍ଦିଘୋଷ ବ୍ୟୁରୋ: ଆସନ୍ତାକାଲି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହେବ ପହିଲି ଭୋଗ ନୀତି। ପରମ୍ପରା ଅନୁଯାୟୀ ଏହି ଏକମାସ ମା ଲକ୍ଷ୍ମୀ ବାପଘରକୁ ଯାଇଥିବାରୁ ମା ଯଶୋଦା ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ସୁସ୍ବାଦୁ ବ୍ୟଞ୍ଜନ। ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି ହେବ । ଗୋପାଳବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯିବ l ପହିଲି ଭୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ରାତି ୨ଟା ରେ ଦ୍ବାର ଫିଟା ନୀତି ପରେ ମଙ୍ଗଳଆଳତୀ, ମଇଲମ, ଅବକାଶ ନୀତି ,ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି।

