ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

1 min read

ପୁରୀ: ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି । ଏହି ଅବସରରେ ପଣା ଛତୁଆ ଭୋଗ କରାଯିବାର ପରମ୍ପରା ରହିଥିବାବେଳେ ଜାଗାମାନଙ୍କରେ  ସକାଳୁ ପ୍ରବଳ ଗହଳି  ଲାଗିରହିବ l ସେହିପରି ଶ୍ରୀମନ୍ଦିରରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।