ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କ ଗୁପ୍ତନୀତି ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ବନକଲାଗି ସହିତ ଅନବସର ନୀତି ସଂମ୍ପୃକ୍ତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ଯ ସମ୍ପାଦିତ ହେବ ।