ଆସୁଛି ଆଉ ଏକ ଲଘୁଚାପ; ୧୮ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବର୍ଷାରୁ ମୁକୁଳିନି ରାଜ୍ୟ । ପୁଣି ଆସୁଛି ଆଉ ଏକ ଲଘୁଚାପ । ବନ୍ୟାରେ ଅଧା ଓଡ଼ିଶା ଜଳବନ୍ଦୀ ଥିବା ବେଳେ ଏବେ ଚିନ୍ତା ବଢାଉଛି ଆଉ ଏକ ଲଘୁଚାପ ବର୍ଷା । ଆସନ୍ତା ୧୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ । ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ପ୍ରଭାବିତ ହେବ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ।

ଆସନ୍ତାକାଲିଠାରୁ ଉପକୂଳ ଓଡିଶାରେ ବର୍ଷାର ପରିମାଣ ବଢିବ । ୧୮, ୧୯, ୨୦ ଏବଂ ୨୧ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର,କୋରାପୁଟ, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କେବଳ ଓଡ଼ିଶା ନୁହେଁ ପୂର୍ବ ଏବଂ କେନ୍ଦ୍ରୀୟ ଭାରତର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

ଏଥିସହିତ ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ