ବର୍ଷା ଓ ଘଡଘଡି ନେଇ ୭ ଜିଲ୍ଲାକୁ ସତର୍କ ସୂଚନା

1 min read

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପାଣିପାଗକୁ ଦେଖି ସମସ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାଯୋଗ୍ୟ, ଉତ୍ତର-ପୂର୍ବ ଏବଂ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ବର୍ତ୍ତମାନ ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତିକରୁଛି ବାତ୍ୟା ଗୁଲାବ। ଗୋପାଳପୁର ଠାରୁ ୫୧୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି । କଳିଙ୍ଗପାଟନମ୍ ଠାରୁ ୫୯୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।

Leave a Reply