ଆଉ ଏକ ଲଘୁଚାପ ସୃଷ୍ଟି: ଆସନ୍ତାକାଲି ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର:  ଆସନ୍ତାକାଲି ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ବିଶେଷ କରି ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ବାଲେଶ୍ୱର ଏବଂ ମୟୂଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ ଏବଂ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ବର୍ଷା ବଢ଼ିବା କାରଣରୁ ବନ୍ୟା ଭୟ ବଢ଼ୁଛି । ସୁବର୍ଣ୍ଣରେଖା ଏବଂ ବୁଢାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ତଳି ଅଞ୍ଚଳ ଲୋକେ ଭୟଭୀତ ଥିବାବେଳେ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Leave a Reply