ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ
![Parliament Not To Hold Winter Session Due To Covid-19 Concern Will Be Merged With Monsoon Session](https://www.nandighoshatv.com/wp-content/uploads/2020/02/parliament1-k52G-621x414@LiveMint_1582608474671.jpg)
ନୂଆଦିଲ୍ଲୀ: ଦେଶର ମୋଟ୍ ୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ । ଓଡ଼ିଶାର ୪ଟି ରାଜ୍ୟସଭା ଆସନ ପାଇଁ ମଧ୍ୟ ନିର୍ବାଚନ ହେବ ବୋଲି ଘୋଷଣା କରାଯାଇଛି । ଏପ୍ରିଲ ୨ ତାରିଖରେ ରଞ୍ଜୀବ ବିଶ୍ୱାଳ, ସରୋଜିନୀ ହେମ୍ବ୍ରମ୍ ଏବଂ ନରେନ୍ଦ୍ର କୁମାର ସ୍ୱାଇଁ ଅବସର ନେବେ । ସେହିପରି ଅନୁଭବ ମହାନ୍ତି ଲୋକସଭାକୁ ନିର୍ବାଚିତ ହେବା ପରେ ତାଙ୍କ ଆସନ ଖାଲି ପଡିଛି । ତେଣୁ ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ । ମାର୍ଚ୍ଚ ୬ରେ ଏଥିପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୧୩ । ମାର୍ଚ୍ଚ ୧୬ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୧୮ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୨୬ ହେବ ନିର୍ବାଚନ । ସେହିଦିନ ଗଣତି କରି ଫଳ ଘୋଷଣା କରାଯିବ । ମାର୍ଚ୍ଚ ୩୦ ସୁଦ୍ଧା ସରିବ ନିର୍ବାଚନ ପ୍ରକ୍ରିୟା ।