ଦୁଷ୍କର୍ମ ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ କୋର୍ଟ ଚାଲାଣ

ଧର୍ମଗଡ଼: ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଥିବା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ କୋର୍ଟ ଚାଲାଣ କରାଯାଇଛି । ଘଟଣାଟି ହେଉଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ମୁଖିଗୁଡ଼ା ଗାଁର । କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ବଡ଼କର୍ଲାକୋଟ ଗ୍ରାମପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନିରାକାର ନାଏକଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜୟପାଟଣା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।

ଅଭିଯୋଗ ଅନୁସାରେ ନିରାକାର ନାଏକ ବଡ଼କାର୍ଲକୋଟ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିବା ବେଳେ ସେ ମୁଖୀଗୁଡା ସ୍ଥିତ କଲୋନୀର ସେକ୍ଟର ୨ରେ ରହୁଥିଲେ। ଅଭିଯୋଗକାରିଣୀ ମହିଳା ମଧ୍ୟ ମୁଖୀଗୁଡା ଇରୀଗେସନ କଲୋନୀରେ ରହୁଥିବା ବେଳେ ତାଙ୍କୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗତ ୨୮ ଏପ୍ରିଲ ଦିନ ମହିଳାଙ୍କ ଘରେ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲେ ବୋଲି ଜୟପାଟଣା ଥାନାରେ ଏତଲା ହୋଇଥିଲା।

ତେବେ ଅଭିଯୋଗକୁ ଭିତ୍ତି କରି ଜୟପାଟଣା ପୋଲିସ ତଦନ୍ତ କରି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରିଣୀ ରଶ୍ମିତା ପ୍ରଧାନ ସୂଚନା ଦେଇଛନ୍ତି।

Leave a Reply