ଆଜି ଅନୁଷ୍ଠିତ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ ।

ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ।

ବୈଠକରେ ଜିଲ୍ଲାପାଳ, ଏସପିଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଓ ସେବାୟତ ଯୋଗଦେବେ । ତେବେ ସମନ୍ୱୟ କମିଟି ବୈଠକ ପୂର୍ବରୁ ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଥର ବୈଠକ ହୋଇସାରିଛି ।