ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ, ୫ ଜଣିଆ ଟିମ୍ କରୁଛନ୍ତି ତନାଘନା

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ଭିଜିଲାନ୍ସ ଛାପା । ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି। ଡିଏଫଓଙ୍କ କଟକ ସଦର ଥାନା ଶ୍ରୀକୋରୁଆଁ ସ୍ଥିତ ସମ୍ପର୍କୀୟଙ୍କ ଘରେ ଚାଲିଛି ଛାନବିନ୍ । ଡିଏଫଓଙ୍କ ସମ୍ପର୍କୀୟ ସାରଦା ବେହେରାଙ୍କ ବାସଭବନ ଓ ବିବାହ ମଣ୍ଡପରେ ରେଡ୍‌ ଚାଲିଛି । ରାୟଗଡ଼ାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି। ଭିଜିଲାନ୍ସ ଡିଏସପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ସକାଳୁ ଆରମ୍ଭ ହୋଇଛି। ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ୍‌ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍।