spot_img

Latest Posts

ରାଜ୍ୟରେ ଖୁବଶୀଘ୍ର ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ

ଭୁବନେଶ୍ୱର :  ରାଜ୍ୟରେ ରହିବନି ଶିକ୍ଷକ ଅଭାବ। ଖୁବଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ଏକ ହଜାର ୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଛି । ୨୩ ଗୋଟି ଭିନ୍ନ ଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ। ପୂର୍ବରୁ ୫୦ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟରେ ଶିକ୍ଷାର ରୂପାନ୍ତରଣ ପ୍ରକ୍ରିୟାରେ ଶିକ୍ଷା ଭିତ୍ତିଭୂମିର ବିକାଶ ଓ ଶିକ୍ଷକ ନିଯୁକ୍ତିକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର। ଶିକ୍ଷାର ମାନ ବୃଦ୍ଧିପାଇଁ ତୃଣମୂଳ ସ୍ତରରୁ ଯୋଗ୍ୟ ଶିକ୍ଷକଙ୍କର ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତ ୨୦ ତାରିଖରେ ରାଜ୍ୟରେ ୪୧୬୬ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଥିଲେ। ୩୭୧୪ ତାଲିମପ୍ରାପ୍ତ ସ୍ନାତକ ଏବଂ ୪୫୨ ପିଇଟି ଶିକ୍ଷକ ନିଯୁକ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବଶୀଘ୍ର ୨୦ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ।

Latest Posts

Don't Miss