ଗଣତନ୍ତ୍ର ଦିବସ ପରେଡରେ ସାମିଲ ହେବେ କେବଳ ମହିଳା

ନୂଆଦିଲ୍ଲୀ: ୨୦୨୪ ଜାନୁଆରୀ ୨୬ ଗଣତନ୍ତ୍ର ଦିବସ ଆହୁରି ସ୍ବତନ୍ତ୍ର ହେବାକୁ ଯାଉଛି । ଗଣତନ୍ତ୍ର ଦିବସ ଉତ୍ସବରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ମହିଳା ଯବାନମାନଙ୍କୁ ପରେଡ୍‌ କରିବା ଦେଖିବାକୁ ମିଳିବ । ଏହାଛଡ଼ା ମାର୍ଚ୍ଚିଂ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ତଥା ପ୍ରସ୍ତୁତିରେ କେବଳ ମହିଳାଙ୍କୁ ଦେଖିବାକୁ ମିଳିବ । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରସ୍ତାବ ଉପରେ ଆଲୋଚନା କରି ଏହି ନିଷ୍ପତ୍ତି ନିଆଯାଇଛି । ଗଣତନ୍ତ୍ର ଦିବସ ଉତ୍ସବରେ ମହିଳାମାନେ ଦୁଃସାହାସୀକ ସମରକଳା ମଧ୍ୟ ଦେଖାଇବେ । ଏହି ନିଷ୍ପତ୍ତି ସମ୍ପର୍କରେ ପ୍ରତିରକ୍ଷା ବିଭାଗ ପକ୍ଷରୁ ଗୃହ, ସଂସ୍କୃତି ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟକୁ ସୂଚିତ କରାଯାଇଛି ।