ଆଜିଠୁ ତେଲେଙ୍ଗାନାରେ ରେବନ୍ତ ସରକାର, ଶପଥ ନେବେ ରେବନ୍ତ ରେଡ୍ଡୀ

ହାଇଦ୍ରାବାଦ: ଆଜିଠୁ ତେଲେଙ୍ଗାନାରେ ରେବନ୍ତ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ୫୪ ବର୍ଷୀୟ କଂଗ୍ରେସ ନେତା ରେବନ୍ତ ରେଡ୍ଡୀ । ହାଇଦ୍ରାବାଦ ଏଲବି ଷ୍ଟାଡିୟମରେ ହେବ ଶପଥଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ, ସାଂସଦ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇପାରନ୍ତି ।

ରେବନ୍ତଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବା କାର୍ଯ୍ୟକ୍ରମ ରହିଛି । ମନ୍ତ୍ରୀମଣ୍ଡଳରେ ଦଳିତ ବର୍ଗରୁ ଜଣେ ଉପମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ରହିଛି  । ଗତକାଲି ଦିଲ୍ଲୀରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ ରେବନ୍ତ । ରେବନ୍ତ ରେଡି ତେଲେଙ୍ଗାନା ରାଜନୀତିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ୨୦୧୭ରେ ସେ କଂଗ୍ରେସରେ ଯୋଗ ଦେଇଥିଲେ ।

୨୦୨୧ରେ ତେଲେଙ୍ଗାନା ପିସିସି ଭାବେ ଦାୟିତ୍ବ ନେଇଥିଲେ । ଏହା ପୁର୍ବରୁ ସେ ତେଲୁଗୁ ଦେଶମ ପାର୍ଟିରେ ଥିଲେ । ଦୁଇ ଦୁଇ ଧର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି୍ ରେବନ୍ତ । ରାଜ୍ୟରେ କଂଗ୍ରେସର ବିପୁଳ ବିଜୟରେ ସମସ୍ତ କ୍ରେଡିଟ ରେବନ୍ତଙ୍କୁ ମିଳିଛି । ବିଆରଏସକୁ ଗାଦିଚ୍ୟୁତ କରିବାରେ ରେବନ୍ତଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିଜର ଜବରଦସ୍ତ ପ୍ରଚାର ଲାଗି ସେ କଂଗ୍ରେସ ରାଜନୀତିରେ ବେଶ ପରିଚିତ ।