ବଢିଲା ପାଚିକାଙ୍କ ପାରିଶ୍ରମିକ

ଭୁବନେଶ୍ବର: ବଢିଲା ପାଚିକାଙ୍କ ପାରିଶ୍ରମିକ । ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର । ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧ ହଜାର ୪୦୦ ଟଙ୍କାରୁ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏହାଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ୫୫ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ । ବର୍ଦ୍ଧିତ ପାରିଶ୍ରମିକ ପିଛି ଭାବେ ଗତ ଅକ୍ଟୋବର ମାସରୁ ଲାଗୁ ହେବ ।