ରାଉରକେଲାରେ ହକି ବିଶ୍ବକପ: ସମୀକ୍ଷା କଲେ ମୁଖ୍ୟ ସଚିବ ଓ କ୍ରୀଡା ସଚିବ

ରାଉରକେଲା: ହକି ବିଶ୍ବକପ ପୂର୍ବରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ କ୍ରୀଡା ସଚିବ ଆର ଭିନିଲ କ୍ରୀଷ୍ଣାଙ୍କ ରାଉରକେଲା ଗସ୍ତ । ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଵା ସହ ସମୀକ୍ଷା କରୁଛନ୍ତି । ରାଉରକେଲା ବିମାନବନ୍ଦରରେ ପହଞ୍ଚି ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ ଆସିଛନ୍ତି ।

ହକି ବିଶ୍ଵକପ ପୁର୍ବରୁ ରାଉରକେଲା ସହରରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଅନୁଧ୍ୟାନ କରିବେ । ବିଭାଗୀୟ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ମୁଖ୍ୟ ଶାସନ ସଚିବ ରାଉରକେଲା ବିମାନ ବନ୍ଦର ଠାରେ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଭୁବନେଶ୍ୱର ଫେରି ଆସିବେ ।