୨୬ ତାରିଖରେ ସ୍ଥଳଭାଗ ଛୁଇଁବ ସିଭିୟର ସାଇକ୍ଳୋନିକ ଷ୍ଟର୍ମ

1 min read

ଭୁବନେଶ୍ୱର : ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ସିଭିୟର ସାଇକ୍ଳୋନିକ ଷ୍ଟର୍ମ । ୨୬ ତାରିଖରେ ସିଭିୟର ସାଇକ୍ଳୋନିକ ଷ୍ଟର୍ମ ଭାବରେ ସ୍ଥଳଭାଗ ଛୁଇଁବ ।  ବାତ୍ୟା ନେଇ ପାଗ ଅନୁକୂଳ ରହିଛି । ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ  । ୨୫ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ । ୨୬ ସନ୍ଧ୍ୟା ସୁଦ୍ଧା ଗୋଟିଏ ଭୀଷଣ ବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି  ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । ୨୫ ତାରିଖ ସନ୍ଧ୍ୟାରୁ ୨୭ ତାରିଖ ଭିତରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଯାଜପୁର, କଟକ, କେଉଁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଂଚଳ ରେ ସାମନ୍ୟରୁ ମଧ୍ୟମ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର  ଅଶାନ୍ତ ରହିବ।  ଉଠିବ ଉଚ୍ଚ ଜୁଆର। ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର  ବାରଣ କରାଯାଇଛି ।