ଦାଦାବଟି ପାଇଁ ଶାଢ଼ୀ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା: କେନ୍ଦ୍ରାପଡାରେ ବଢୁଛି ଅପରାଧିକ କାର୍ଯ୍ୟକଳାପ । ଦାଦାବଟି ପାଇଁ ଦୋକାନୀଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । କେନ୍ଦ୍ରାପଡା ସହରର ବଡ଼ହାଟରେ ଥିବା ଜଣେ ଶାଢୀ ଦୋକାନୀଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ୧୦ରୁ ୧୨ ଜଣ ମୁଖାପିନ୍ଧା ଯୁବକ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ଠେଙ୍ଗା ବାଡିରେ ଦୋକାନ ଭିତରେ ପଶି ଭଙ୍ଗା ରୁଜା କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣ ବେଳର ଭିଡିଓ ସିସିଟିଭିରେ ରେକର୍ଡ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଦୋକାନୀଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।