ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ଶିକ୍ଷାନୁଷ୍ଠାନରେ ଗ୍ରୀଷ୍ମ ଛୁଟି

ଭୁବନେଶ୍ବର: ଆଜିଠୁ ରାଜ୍ଯରେ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ଯ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଗ୍ରୀଷ୍ମ ଛୁଟି ଘୋଷଣା କରାଯାଇଛି ।

ଖରା ଛୁଟି ସମୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ଯ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ଯ ମାଧ୍ଯମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ବିଦ୍ଯାଳୟ ପରିଚାଳନା କରାଯିବ ।