କାଳବୈଶାଖୀ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

1 min read
Thunderstorm with lightning Alert To Different District

ଭୁବନେଶ୍ୱର: ବାରମ୍ବାର ବଦଳୁଛି ପାଗ । ଖରା ପରେ ପୁଣି କାଳବୈଶାଖୀ ବର୍ଷା । ଏନେଇ ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ତାରିଖ ଯାଏ ରାଜ୍ୟ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏସଆରସି ସେସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି ।

୧୮ ତାରିଖରୁ ୧୯ ତାରିଖ ସକାଳ ୮ଟା ୩୦ ଯାଏ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୯ ତାରିଖରୁ ୨୦ ତାରିଖ ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଳବୈଶାଖୀ ସହ ବଜ୍ରପାତ ହେବ । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୨୦ରୁ ୨୧ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଅନ୍ୟପଟେ ରାଜ୍ୟରେ ଦିନବେଳାର ତାପମାତ୍ରା ଆଗାମୀ ୨ରୁ ୩ ଦିନ ଯାଏ ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Leave a Reply