spot_img

Latest Posts

ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖି, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍

ଭୁବନେଶ୍ୱରର: ସୋମବାରୁ ଠାରୁ ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପବନ ପାଇଁ ସତର୍କତା ଜାରି କରାଯାଇଛି।

ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ତେବେ ୯ ତାରିଖରେ କାଳବୈଶାଖି ବର୍ଷା ପାଇଁ ୨୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି କରାଯାଇଛି । ସେପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି  । ମୌସୁମୀ ବାୟୁ ଗୋଟେ ସପ୍ତାହ ମଧ୍ୟରେ ଓଡିଶା ଛୁଇଁବାକୁ ଥିବେବେଳେ ଏବେ ଠାରୁ ଆରମ୍ଭ ହେବାକୁ ଯାଉଛି ବର୍ଷା  । ଏଥିପାଇଁ ୧୫ ଜିଲ୍ଲାକୁ ଆଗୁଆ ସତର୍କ କରାଇଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର  ।

Latest Posts

Don't Miss