ନନ୍ଦିଘୋଷ ବ୍ୟୁରୋ : ଆଜି ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି, ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଓ ଶ୍ରୀମନ୍ଦିର ସୁରକ୍ଷା ଉପରେ ଆଲୋଚନା ହେବ । ସେହିଭଳି ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ମଧ୍ୟ ଆଲୋଚନା ହେବ । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା । ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ,, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ,, ନାମଯଜ୍ଞ ପ୍ରକଳ୍ପ,, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ l

