spot_img

Latest Posts

ଝାରସୁଗୁଡା ଓ ଲଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର: ଝାରସୁଗୁଡା ଓ ଲଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟରର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କର୍ପୋରେଟ୍ ସଂସ୍ଥା ବେଦାନ୍ତ ସହଯୋଗରେ ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଝାରସୁଗୁଡା ଜିଲ୍ଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଏହା ସହାୟକ ହେବ। ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍ପିଟାଲ ଗୁଡିକର ଉନ୍ନତିକରଣ କରୁଛନ୍ତି। ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସବୁଠାରୁ ବଡ ରୂପାନ୍ତର ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିରେ ପ୍ରତି ମାସରେ ଲକ୍ଷ ଲକ୍ଷ ଲୋକ ଉପକୃତ ହେଉଛନ୍ତି । ଗୁଣାତ୍ମକ ସ୍ୱାସ୍ଥ୍ୟସେବା ବିକାଶର ସୂଚକ। ସେଥିପାଇଁ ସରକାର ଉଦ୍ୟମ ଜାରି ରଖିଛନ୍ତି । ସରକାରଙ୍କ ସହିତ ଏଥିରେ ଘରୋଇ କ୍ଷେତ୍ର ଯୋଡି ହେବା ଖୁସିର କଥା । ସମସ୍ତଙ୍କ ସହଯୋଗରେ ସ୍ୱାସ୍ଥ୍ୟସେବାର ଗୁଣାତ୍ମକ ମାନ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ, ଜିଲ୍ଲପାଳ ଓ ବେଦାନ୍ତର ସିଇଓ ପ୍ରମୁଖ ଯୋଗ ଦେଇଥିଲେ ।

Latest Posts

Don't Miss