ଚନ୍ଦ୍ରଭାଗା ସମୁଦ୍ର କୂଳରୁ ଅଚିହ୍ନା ମହିଳାଙ୍କ ମୃତଦେହ ଠାବ

ପୁରୀ: କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର କୂଳରୁ ଅଚିହ୍ନା ମହିଳାଙ୍କ ମୃତଦେହ ଠାବ ହୋଇଛି । ମୃତ ଦେହଟି ସମୁଦ୍ର ଜୁଆରରେ ଭାସି ଆସି କୂଳରେ ଲାଗିଛି । ଆଜି ସକାକୁ ମର୍ଣ୍ଣିଂ ୱାର୍କ କରୁଥିବା ବେଳେ ସ୍ଥାନୀୟ ଲୋକେ ମୃତ ଦେହ ଦେଖିଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଚନ୍ଦ୍ରଭାଗା ସାମୁଦ୍ରିକ ପୋଲିସ ମୃତ ଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଜଣାପଡିନାହିଁ । ସେହିପରି ମୃତ ମହିଳାଙ୍କ ପରିଚୟ ମଧ୍ୟ ମିଳିପାରିନାହିଁ ।

Leave a Reply