କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ, ନୀଳଗିରି ମେଡିକାଲରେ କେନ୍ଦ୍ରମନ୍ତ୍ରୀ

1 min read

ଭୁବନେଶ୍ୱର: ଦୁର୍ଘଟଣାଗ୍ରସ୍ତ ହୋଇଛି କେନ୍ଦ୍ରମନ୍ତ୍ରୀଙ୍କ ଗାଡି। ଏକ ଟ୍ରାକ୍ଟର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡିକୁ ଧକ୍କା ଦେଇଥିବା ଜଣାପଡିଛି । ଫଳରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ନିଳଗିରି ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣା ପଡିଛି ।

ନୀଳଗିରି-ସେରଗଡ଼ ଓ ଉଦଳା ରାଜ୍ୟ ରାଜପଥ ପୋଡାଶୂଳ ନିକଟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଟ୍ରାକ୍ଟର ମଲିଆଣି ଆଡୁ ଆସି ହଠାତ କେନ୍ଦ୍ରମନ୍ତ୍ରୀ ବସିଥିବା ଇନୋଭା ଗାଡିକୁ ଧକ୍କା ଦେଇଥିଲା। କେନ୍ଦ୍ରମନ୍ତ୍ରୀଙ୍କୁ ଗାଡିକୁ ଟ୍ରାକ୍ଟରଟି ଭାରସମ୍ୟ ହରାଇ ଆସି ବାଡେଇ ଥିଲା। ଡ୍ରାଇଭର, ପିଏ, ପିଏସଓଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଆହତ ହୋଇଛନ୍ତି। ସମସ୍ତ ଙ୍କୁ ନୀଳଗିରି ଡାକ୍ତରଖାନା କୁ ଅଣାଯାଇ ଚିକିତ୍ସା କରାଯାଇଛି।

ସୂଚନାଯୋଗ୍ୟ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ସମୟରେ ପାଇଲଟ ଗାଡି ନଥିଲା । କେସିପୁର ପଂଚାୟତ ବଢ଼େଇପଲା ଗାଁକୁ ଜଣେ ପରିବାରକୁ କେନ୍ଦ୍ରମନ୍ତ୍ରୀ ସହାୟତା ପାଇଁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି ।

Leave a Reply