କୋଟିପତି OSSCର ପିଏସ୍ ବିରଞ୍ଚି ସାହୁ ଗିରଫ : କେଜିଏରୁ ଅଧିକ ସୁନା, ମୋଟ ୩କୋଟି ୭୯ ସମ୍ପତ୍ତି ଠାବ

1 min read

ଭୁବନେଶ୍ୱର: ଗିରଫ ହେଲେ OSSCର କୋଟିପତି PS ବିରଞ୍ଚି ସାହୁ । ବିଳମ୍ବିତ ରାତି ଯାଏଁ ରେଡ୍ ପରେ ବିରଞ୍ଚିଙ୍କୁ ଗିରଫ କଲା ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଚଢାଉ କରିଥିଲା ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ପୁଳାପୁଳା ଟଙ୍କା ସହିତ ଜବତ ହୋଇଥିଲା କେଜିଏରୁ ଅଧିକ ସୁନା । ୨୦ଘଣ୍ଟା ଧରି ମାରାଥନ ରେଡ୍‌ ପରେ ରାତି ସାଢ଼େ ୨ଟାରେ ସରିଥିଲା ରେଡ଼ । ସ୍ଥାବର ଅସ୍ଥାବର ସମ୍ପତ୍ତିର ହିସାବ କରିଛି ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ଦେଢ କେଜି ସୁନା ଓ ଅଳଙ୍କାର ଜବତ ହୋଇଛି । ଜବତ ସୁନାର ମୂଲ୍ୟ ୬୦ ଲକ୍ଷରୁ ଅଧିକ ଟଙ୍କା ହେବ । ଏହା ସହିତ ୫୬ ଲକ୍ଷ ଟଙ୍କାର ଜୀବନବୀମା, ନଗଦ ୨୫ଲକ୍ଷ ଟଙ୍କା ଓ ବିପୁଳ ପରିମାଣର ବ୍ୟାଙ୍କ ଡିପୋଜିଟ୍ ଜବତ କରିଛି ଭିଜିଲାନ୍ସ । ଏଥିସହିତ ନିଯୁକ୍ତି ସମ୍ବନ୍ଧୀୟ ଆଡମିଟ୍ କାର୍ଡ, ଦାମୀ କାର ଏବଂ ବାଇକ ଜବତ କରାଯାଇଛି । ସେହିପରି ନୀଳାଦ୍ରିବିହାରରେ ୨ମହଲା କୋଠା, ଭକ୍ତିବିହାରରେ କୋଠା ସମେତ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ୧୪ଟି ପ୍ଲଟ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ବିରଞ୍ଚିଙ୍କ ନିକଟରୁ ୩କୋଟି ୭୯ଲକ୍ଷର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି ।

ଏଥିସହିତ ପଢ଼ନ୍ତୁ: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଏଥିସହିତ ପଢ଼ନ୍ତୁ: ସୃଷ୍ଟ ଲଘୁଚାପ ସକ୍ରିୟ: ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲେ ପାଣିପାଗ ବିଭାଗ

Leave a Reply