5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ୍

1 min read

ଭୁବନେଶ୍ବର: 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ୍ । ଭି.କେ ପାଣ୍ଡିଆନଙ୍କୁ ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା । ସେ ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀଙ୍କ ଅଧିନରେ କାର୍ଯ୍ୟ କରିବେ  । ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  ।

ଗତକାଲି ସ୍ବେଚ୍ଛାକୃତ ଅବସର ନେଇଥିଲେ ବରିଷ୍ଠ ଆଇଏଏସ ଭି.କେ. ପାଣ୍ଡିଆନ । ୨୦୦୦ ବ୍ୟାଚର ଆଇଏଏସ ଅଫିସର ପାଣ୍ଡିଆନଙ୍କ ଭିଆରଏସଙ୍କୁ ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର । ୧୯୫୮ ଅଲଇଣ୍ଡିଆ ସର୍ଭିସ ରୁଲ୍ ୧୬(୨A) ଅନୁସାରେ ଅନୁମୋଦନ କରିଛି କେନ୍ଦ୍ରର କାର୍ମିକ ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭାବେ କାର୍ଯ୍ୟକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ 5T ସଚିବଙ୍କ ରହିଛି ଉଲ୍ଲେଖନୀୟ ଭୂମିକା ।

ଓଡ଼ିଶାକୁ ବିକଶିତ ଓ ସମୃଦ୍ଧ କରି ଗଢିତୋଳିବାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଟି ସ୍ବପ୍ନ ଓ ନିର୍ଦ୍ଦେଶକୁ ବାସ୍ତବତାର ରୂପ ଦେଇଛନ୍ତି ପାଣ୍ଡିଆନ ।