ରାଜ୍ୟରେ ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
1 min read
ଭୁବନେଶ୍ବର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ଯରେ ମୌସୁମୀ ସକ୍ରିୟ ରହିଛି I ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଗୋଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ତୀବ୍ର ରୁପ ନେବାର ସମ୍ଭାବନା ରହିଛି । ଦେଶର ପୂର୍ବ ଏବଂ ପଶ୍ଚିମ ଭାଗରେ ସୃଷ୍ଟି ଲଘୁଚାପ କ୍ଷେତ୍ର ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ତେବେ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ କରାଇଲା ବିଭାଗ । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ଉପକୁଳରେ ୩୦ – ୪୦ କିମି ବେଗରେ ପବନ ବହିବା ସହିତ ଝଡ଼ ବର୍ଷା ବହିବାର ସମ୍ଭାବନା ଥିବା କାରଣରୁ ସମୁଦ୍ର ଅଶାନ୍ତ ରହିବ, ଯେଉଁଥିପାଇଁ ଗଭୀର ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ମାନଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।