ରାଜ୍ୟରେ ବର୍ଷା ଆଶଙ୍କା, କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର :  ରାଜ୍ୟରେ ନନଷ୍ଟପ୍ ବର୍ଷା । ଲଘୁଚାପ ସହ ଘୁର୍ଣ୍ଣିବଳୟର ପ୍ରଭାବ ରହିଛି । କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଜିଲ୍ଲାରେ  ବର୍ଷା, ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିଭଳି ୧୯ ତାରିଖ ପାଇଁ ୨୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।  ଜୁଲାଇ ୨୫ରୁ ୨୭ ତାରିଖ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।