ସେଲିବ୍ରେସନ କର କିନ୍ତୁ କ୍ରାଇମ୍ କରନି

ଭୁବନେଶ୍ବର: ୨ ବର୍ଷର କରୋନା ପରେ ପୁଣି ଆସିଛି ନୂଆବର୍ଷ । ଧୁମଧାମରେ ଲୋକେ ଏହାକୁ ପାଳନ କରିବେ। ନୂଆବର୍ଷକୁ କିଭଳି ଶାନ୍ତି ଶୃଙ୍ଖଳାରେ ପାଳନ କରାଯିବ, ସେନେଇ ଉଭୟ କମିଶନରେଟ ପୋଲିସ ଓ ଅବକାରୀ ବିଭାଗ ପ୍ରସ୍ତୁତ କରିଛି ବ୍ଲୁ ପ୍ରିଣ୍ଟ । ସେଲିବ୍ରେସନ କର କିନ୍ତୁ କ୍ରାଇମ କରନି । ମତୁଆଲା ହୁଅ କିନ୍ତୁ ନିୟମ ଭାଙ୍ଗନି । ନ୍ୟୁଇୟର ପୂର୍ବରୁ ଆକ୍ସନ ମୋଡରେ କମିଶନରେଟ୍ ପୋଲିସ । ବାର, ପବ, ହୋଟେଲରେ ଚେକିଂ । ଧୁମଧାମରେ କଟିବ ବଡ଼ଦିନ ଓ ନୂଆବର୍ଷ । ଜିରୋ ନାଇଟ ସେଲିବ୍ରେସନ ପାଇଁ ମାସକ ପୂର୍ବରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ, ଡ୍ୟାନ୍ସ ବାର ପ୍ରସ୍ତୁତ ହୋଇରହିଥିବା ବେଳେ ସେମାନଙ୍କ ଉପରେ ଆଖି ରଖିଛି ଅବକାରୀ ବିଭାଗ । ୧୨ ଟା ରାତି ପରେ କ୍ଲବ, ପବ ଚଳାଇବା ପାଇଁ ଆବେଦନ ମୁତାବକ ଅନୁମତି ମିଳିଛି ।

ଡିସେମ୍ବର ୩୧ ତାରିଖ ଓ ଜାନୁଆର ୧ ତାରିଖରେ ଟୁଇନ ସିଟିରେ ପୋଲିସ ବ୍ୟାପକ ଭାବେ ପ୍ରହରା ମାରିବ । ଭିଡ ନିୟନ୍ତ୍ରଣ ଓ ଡ୍ରଙ୍କ ଆଣ୍ଡ ଡ୍ରାଇଭ ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ପାଟ୍ରୋଲିଂ କରିବା ସହ ନାକାବନ୍ଦୀ କରିବ । ବଡ଼ଦିନ ପାଇଁ ଚର୍ଚ୍ଚ, ପିକନିକ୍ ପ୍ଲେସରେ ମଦ୍ୟପଙ୍କ ଉପଦ୍ରବ ରୋକିବା ପାଇଁ ପ୍ରତ୍ୟେକ ଥାନାକୁ ବ୍ରେଥ୍ ଆନାଲାଇଜର ଦିଆଯାଇଛି ।  ନୂତନ ବର୍ଷ ସଭିଙ୍କ ପାଇଁ ସୁଖ ଶାନ୍ତି ଆଣୁ । କିନ୍ତୁ ସେଲିବ୍ରେସନ ଆଳରେ କେହି ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି କହିଛି କମିଶନରେଟ ପୋଲିସ